Shree Jagannath Lila Khetra

Shree Jagannath Lila Khetra Contact information, map and directions, contact form, opening hours, services, ratings, photos, videos and announcements from Shree Jagannath Lila Khetra, Hindu temple, Gadakhordha, Khordha.

05/08/2025

ଶ୍ରୀ ଜଗନ୍ନାଥ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା, ଖୋର୍ଦ୍ଧା ସ୍ଥିତ ଦେଉଳ ରେ ମଣିମା ମହାବାହୁ ଙ୍କ ର "ଗଜ ଉଦ୍ଧାରଣ" ବେଶ ।🙏🏻ଜୟ ଜଗନ୍ନାଥ 🙏🏻

🙏🏻ଜୟ ଜଗନ୍ନାଥ 🙏🏻 ମଣିମା ମହାବାହୁଙ୍କ ଦିବ୍ୟ ଦୁର୍ଲ୍ଲଭ ନାଗାର୍ଜୁନ ବେଶ*
29/11/2024

🙏🏻ଜୟ ଜଗନ୍ନାଥ 🙏🏻
ମଣିମା ମହାବାହୁଙ୍କ ଦିବ୍ୟ ଦୁର୍ଲ୍ଲଭ ନାଗାର୍ଜୁନ ବେଶ*

24/11/2024

ବଡ଼ ବାଡ଼ ସାମନ୍ତ ....

⚫❗⚫
ll ପ୍ରଥମାଷ୍ଟମୀ ll

ପ୍ରଥମାଷ୍ଟମୀ (ଅଥବା ପଢୁଆଁଷ୍ଟମୀ, ପୋଢୁଆଁଷ୍ଟମୀ) ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ I ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ I ଏହା ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ଗୋଟିଏ ଯାତ୍ରା ଦିବସ ।

ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ ।

ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ ।ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ I ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମାଆମାନେ ପିନ୍ଧେଇଥାନ୍ତି ।ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ) ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।

ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ହୁଏ ।

ll ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ll :-
(ମାର୍ଗଶିର କୃଷ୍ଣ ଅଷ୍ଟମ )

ମାର୍ଗଶିର କୃଷ୍ଣଅଷ୍ଟମୀ ତିଥିଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ତପ ସରିବା ପରେ ୩ବାଡରେ ମଇଲମ କରାଯାଇ ପୂଜାପଣ୍ତା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ ! ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥାନ୍ତି ! ପୂଜାପଣ୍ତା , ପତିମହାପାତ୍ର, ମୂଦିରସ୍ତ ସେବକ ଘଟୁଆରି ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି ! ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ତିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକ ମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି !ତତ୍ପରେ ସୁଦୁସୁଆର ପୂଜା ଠା କରିବା ପରେ ତିନିବାଡରେ ପୂଜାପଣ୍ତା, ପତିମହାପାତ୍ର ଓ ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି ! ଏହି ପୂଜା ସମାପନାନ୍ତେ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖାଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା ହୋଇଥାଏ ! ଏହିପରି ଭାବେ ପ୍ରଥମାଷ୍ଟମୀ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ !

ll ନିଆଳିର ମାଧବାନନ୍ଦଜୀୟ ll :-
ମନ୍ଦିରରୁ ଭଣଜା ପାଇଁ ଆସିଛି ନବବସ୍ତ୍ର ଓ ଅଷ୍ଟମୀ ଭାର ଆଜି ପ୍ରଥମାଷ୍ଟମୀ । ଆଜି ପଢୁଆଁ ହେବେ ବଡଠାକୁର । ଶ୍ରୀଜୀଉଙ୍କ ମାମୁଘର ନିଆଳି ମାଧବ ମନ୍ଦିରରୁ ଭଣଜା ପାଇଁ ଆସିଥିବା ନୂଆ ବସ୍ତ୍ର ପିନ୍ଧିବେ ମହାପ୍ରଭୁ । ପରମ୍ପରା ଅନୁସାରେ ଶ୍ରୀଜୀଉମାନଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର , ଅରୁଆ ଚାଉଳ , ବିରି , ନଡିଆ , ଗୁଡ , ପାଚିଲା କଦଳୀ ଆସିଛି ମାମୁଁଘରୁ । କଟକ ଜିଲ୍ଲା ନିଆଳି ବ୍ଲକ ମାଧବସ୍ଥିତ ମାଧବାନନ୍ଦଙ୍କ ମନ୍ଦିର ହେଉଛି ଶ୍ରୀ ଜଗନ୍ନାଥଙ୍କ ମାମୁଁଘର । କେଉଁ ଆବାହାମାନକାଳରୁ ମାଧବ ମନ୍ଦିର ପକ୍ଷରୁ ଜଗନ୍ନାଥଙ୍କୁ ପ୍ରଥମାଷ୍ଟମୀରେ ପୋଢୁଆଁ କରାଯାଉଛି ।ସଂକୀର୍ତନ ମଣ୍ଡଳୀର ସଂକୀର୍ତନ, ଢ଼ୋଲମହୁରୀ ବାଜାର ତାଳେ ତାଳେ ପ୍ରଥମାଷ୍ଟମୀ ଭାର ନିଆଳି ମାଧବ ମନ୍ଦିରରୁ ବାହାରି ଶ୍ରୀକ୍ଷେତ୍ର ଯାଇଥିଲା । ଗତ କିଛି ବର୍ଷ ହେବ ବନ୍ଦ ରହିଥିଲା ଏହି ପ୍ରଥା । ପରମ୍ପରାକୁ ପୁନଃ ପ୍ରଚଳନ କରିବା ପାଇଁ ପୁଣି ଉଦ୍ୟମ ଆରମ୍ଭ ହୋଇଥିଲା । ପୁରାତନ ପ୍ରଥାକୁ ବଚାଂଇ ରଖିବାକୁ ଚଳିତ ବର୍ଷ ନିଆଳିର ମାଧବାନନ୍ଦଜୀଉ ମନ୍ଦିରର ଛତିଶା ସେବକ ନିଯୋଗ ସହ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ ଶ୍ରୀ ବଳଭଦ୍ରଙ୍କ ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଭାର ଓ ନୁଆ ବସ୍ତ୍ର ନେଇ ପୁରୀ ଯାଇଛନ୍ତି । ତୃତୀୟ ଅନଙ୍ଗଭୀମ ଦେବଙ୍କ ଦ୍ୱାରା ୧୨ ଶହ ୨୬ ଖ୍ରୀଷ୍ଟାଦ୍ଦରୁ ମାଧବ ମନ୍ଦିରରୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ ପ୍ରଥମାଷ୍ଟମୀ ଭାର ଯିବାର ପରମ୍ପରା ରହିଛି । ଆଉ ସେବେଠାରୁ ଚାଲିଆସୁଛି ଏହି ପରମ୍ପରା ।

ll ଅନ୍ୟ ବୈଶିଷ୍ଟ୍ୟ ll :-

ଓଡ଼ିଶାରେ ପ୍ରଥମାଷ୍ଟମୀ ଦିନ ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଁଘର ଯାତ୍ରା ହୋଇଥାଏ । ଲିଙ୍ଗରାଜ ମହାପ୍ରଭୁ ଏହିଦିନ ତାଙ୍କ ମାମୁଁଘର ରୂପେ ପରିଚିତ କପାଳିମଠ (ଲିଙ୍ଗରାଜ ମନ୍ଦିର ସଂଲଗ୍ନ)କୁ ଯାଆନ୍ତି ପଢୁଆଁ ହେବା ପାଇଁ । ଏହିମଠର ଆରାଧ୍ୟ ଦେବତା ‘ବରୁଣେଶ୍ୱର’ ଓ ‘ବନଦେବ’ । ଏ ଦୁହେଁ ଲିଙ୍ଗରାଜଙ୍କର ମାମୁଁ- ମାଇଁ ରୂପେ ପ୍ରଖ୍ୟାତ । ଏହି ମଠ ହତାରେ ଗୋଟିଏ ପୁଷ୍କରିଣୀ ରହିଛି । ତାହା ପାପନାଶିନୀ ରୂପେ ପରିଚିତ ।‘ପ୍ରଥମାଷ୍ଟମୀ ଦିନ ଏହି ପୁଷ୍କରିଣୀର ଜଳ ପାନକଲେ ପାପକ୍ଷୟ ହୁଏ ଓ ବନ୍ଧ୍ୟାନାରୀ ସନ୍ତାନବତୀ ହୁଅନ୍ତି ’ ବୋଲି ପ୍ରବାଦ ଅଛି ।

ପ୍ରଥମାଷ୍ଟମୀର ଅନ୍ୟ ନାମ ‘ସୌଭାଗିନୀ ଅଷ୍ଟମୀ’ । ପୂର୍ବେ ଏହିଦିନ ସୌଭାଗିନୀ ଦେବୀଙ୍କର ପୂଜା ସମ୍ଭବତଃ ପ୍ରଚଳିତ ଥିଲା । କୃଷକ ସନ୍ତାନ ଲାଭ କରିଛି ଏବଂ ଶସ୍ୟ ମଧ୍ୟ ପାଇଛି କିମ୍ବା ଶସ୍ୟ ରୂପକ ସନ୍ତାନ ମଧ୍ୟ ସେ ଲାଭ କରିଛି- ଏହା ଅତ୍ୟନ୍ତ ସୌଭାଗ୍ୟର କଥା । କୃଷକର ମନ ଏଥିଲାଗି ଆନନ୍ଦିତ ଓ ଉଲ୍ଲସିତ । ସେ ଅତି ଆନନ୍ଦରେ ଏହି ତିଥିକୁ ସୌଭାଗିନୀ ଅଷ୍ଟମୀ ରୂପେ ପାଳି ଆସିଛି । ଏହି ପ୍ରଥମାଷ୍ଟମୀକୁ ‘କାଳ ଭୈରବାଷ୍ଟମୀ’ ମଧ୍ୟ କୁହାଯାଏ । ଏହିଦିନ କାଳ ଭୈରବଙ୍କର ବ୍ରତ ଓ ପୂଜାର ପ୍ରଚଳନ ଥିଲା । ଏବେ ଏହିପୂଜା ଲୁପ୍ତ । ସ୍କନ୍ଧ ପୁରାଣର କୋଶୀଖଣ୍ଡରେ ଉଲ୍ଲେଖ ଅଛି, ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳଭୈରବୀଙ୍କ ନିକଟରେ ବ୍ରତ, ଉପବାସ ଓ ଜାଗରଣ ଆଦି ସମ୍ପାଦନ କଲେ ପ୍ରାଣୀମାନେ ସର୍ବପାପରୁ ମୁକ୍ତ ହୁଅନ୍ତି ।

ତନ୍ତ୍ରସାଧକମାନଙ୍କ ସାଧନା ସମୟରେ ଯେଉଁ ଉଲ୍ଲେଖ ତନ୍ତ୍ର ପରମ୍ପରାରେ ରହିଛି, ସେଥି ମଧ୍ୟରେ ଏହି ପ୍ରଥମାଷ୍ଟମୀର ରାତ୍ରି ବିଶେଷ ଉଲ୍ଲେଖନୀୟ । ତାନ୍ତ୍ରିକ ଭାଷାରେ ଏହାର ନାମ ‘ଘୋରରାତ୍ର’ I ନବଦୁର୍ଗାଙ୍କ ମଧ୍ୟରୁ କାଳରାତ୍ରି ଅନ୍ୟତମା । ଆଦ୍ୟାଶକ୍ତି କାଳରାତ୍ରି ରୂପେ ଏହିଦିନ ଅବତୀର୍ଣ୍ଣା ହୋଇଥିଲେ । ତନ୍ତ୍ର ସମ୍ବନ୍ଧୀୟ ବିଭିନ୍ନ ଶାସ୍ତ୍ରରେ ଏହି ବିଷୟରେ ଉଲ୍ଲେଖ ଅଛି । ଅତୀତରେ ବହୁ ସ୍ଥାନରେ ଭୈରବ ଓ ଭୈରବୀଙ୍କୁ ପୂଜା କରାଯାଉଥିଲା ।

#ବଳଭଦ୍ର

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରୀ ଜଗନ୍ନାଥ ଲୀଳା କ୍ଷେତ୍ର, ଗଡ ଖୋର୍ଦ୍ଧା, ଖୋର୍ଦ୍ଧା ସ୍ଥିତ ମନ୍ଦିର ରେ ମଣିମା ମହାବାହୁ ଙ୍କ ର ...
15/11/2024

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରୀ ଜଗନ୍ନାଥ ଲୀଳା କ୍ଷେତ୍ର, ଗଡ ଖୋର୍ଦ୍ଧା, ଖୋର୍ଦ୍ଧା ସ୍ଥିତ ମନ୍ଦିର ରେ ମଣିମା ମହାବାହୁ ଙ୍କ ର ଦେବ ଦୁର୍ଲ୍ଲଭ ରାଜାଧିରାଜ ବେଶ ଅନୁଷ୍ଠିତ ହୋଇଛି।

ଜୟ ଜଗନ୍ନାଥ ||

Kaliyadalan Besha of Mahaprabhu :"कालियविषधरगंजन जनरंजन ए।यदुकुलनलिनदिनेश जय जय देव हरे॥"After the completion of Madhyan...
13/11/2024

Kaliyadalan Besha of Mahaprabhu :

"कालियविषधरगंजन जनरंजन ए।
यदुकुलनलिनदिनेश जय जय देव हरे॥"

After the completion of Madhyanna Dhupa, the preparation for the Kaliyadalan besa begins. In this besa, Shri Jagannath and Shri Balabhadra adorned with wooden shripayara & Sribhuja .

The Serpent used in this besa is 30 feet in length. It is prepared by the temple tailors, artisans using silk, canes and fabrics. Whole body of the serpent is drapped in black robes. This serpent is taken atop the Ratnasinghasan and arranged in such a manner as if the hoods of the serpent are beneath Shri Jagannath's wooden feet and the tail is held by the deity.

Mahaprabhu holds Amruta ladu on another hand. Balabhadra remains in standing posture and holds a lotus bud in left hand and amruta ladu in right hand. Maa Subhadra is adorned in as usual Besha. Across both sides of Balabhadra two wooden cows with their calves are made standed. Apart from this golden kias and various ornaments are adorned to the deities.

This Besa lasts upto Sandhya Dhupa. According to beliefs, The consumption of Amruta Ladu prevents Snake bites.

ପବିତ୍ର ଅଁଳା ନବମୀ ତଥା ଶ୍ରୀ ରାଧାଙ୍କ ପାଦ ଦର୍ଶନ ନିମନ୍ତେ ଖୋର୍ଦ୍ଧା ଗଡ ସ୍ଥିତ ଶ୍ରୀ ଜଗନ୍ନାଥ ଲୀଳା କ୍ଷେତ୍ର ମନ୍ଦିର ରେ ମଣିମା ମହାବାହୁ ...
11/11/2024

ପବିତ୍ର ଅଁଳା ନବମୀ ତଥା ଶ୍ରୀ ରାଧାଙ୍କ ପାଦ ଦର୍ଶନ ନିମନ୍ତେ ଖୋର୍ଦ୍ଧା ଗଡ ସ୍ଥିତ ଶ୍ରୀ ଜଗନ୍ନାଥ ଲୀଳା କ୍ଷେତ୍ର ମନ୍ଦିର ରେ ମଣିମା ମହାବାହୁ ଙ୍କର ଦୁର୍ଲଭ "କାଞ୍ଚି ଅଭିଯାନ" ବେଶ ଅନୁଷ୍ଠିତ ହୋଇଛି I

ପବିତ୍ର ଅଁଳା ନବମୀ ତଥା ଶ୍ରୀ ରାଧାଙ୍କ ପାଦ ଦର୍ଶନ ନିମନ୍ତେ ଖୋର୍ଦ୍ଧା ଗଡ ସ୍ଥିତ ଶ୍ରୀ ଜଗନ୍ନାଥ ଲୀଳା କ୍ଷେତ୍ର ମନ୍ଦିର ରେ ମଣିମା ମହାବାହୁ ...
11/11/2024

ପବିତ୍ର ଅଁଳା ନବମୀ ତଥା ଶ୍ରୀ ରାଧାଙ୍କ ପାଦ ଦର୍ଶନ ନିମନ୍ତେ ଖୋର୍ଦ୍ଧା ଗଡ ସ୍ଥିତ ଶ୍ରୀ ଜଗନ୍ନାଥ ଲୀଳା କ୍ଷେତ୍ର ମନ୍ଦିର ରେ ମଣିମା ମହାବାହୁ ଙ୍କର ଦୁର୍ଲଭ "କାଞ୍ଚି ଅଭିଯାନ" ବେଶ ଅନୁଷ୍ଠିତ ହୋଇଛି I

24/07/2024

«Lord Jagannatha, a compassionate deity, rides his chariot along the road, surrounded by devotees who sing his praises.»

Address

Gadakhordha
Khordha
752056

Website

Alerts

Be the first to know and let us send you an email when Shree Jagannath Lila Khetra posts news and promotions. Your email address will not be used for any other purpose, and you can unsubscribe at any time.

Shortcuts

Share

Category